1ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
2କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
3ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
4କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”