4କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”
5ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
6ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
7ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”
8କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।