ଏବ୍ରୀ 4

କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।

Hebrews 4:8 (UKJV) For if Jesus had given them rest, then would he not afterward have spoken of another day.

6ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର

7ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”

8କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।

9ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।

10ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.