ଏବ୍ରୀ 5

କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।

Hebrews 5:1 (UKJV) For every high priest taken from among men is ordained for men in things pertaining to God, that he may offer both gifts and sacrifices for sins:

1କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।

2ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;

3ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.