ଏବ୍ରୀ 5

କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।

Hebrews 5:12 (UKJV) For when for the time all of you ought to be teachers, all of you have need that one teach you again which be the first principles of the oracles of God; and are become such as have need of milk, and not of strong food.

10ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।

11ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।

12କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।

13ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର।

14କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.