ଏବ୍ରୀ 5

ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;

Hebrews 5:2 (UKJV) Who can have compassion on the ignorant, and on them that are out of the way; for that he himself also is compassed with infirmity.

1କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।

2ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;

3ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।

4ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.