5ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”
6ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
7ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
8ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
9ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;