7ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
8ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
9ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
10ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
11ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।