ଏବ୍ରୀ 6

ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,

Hebrews 6:11 (UKJV) And we desire that every one of you do show the same diligence to the full assurance of hope unto the end:

9କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।

10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।

11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,

12ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।

13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.