10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
12ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”