11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
12ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”
15ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।