ଏବ୍ରୀ 6

ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।

Hebrews 6:15 (UKJV) And so, after he had patiently endured, he obtained the promise.

13କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,

14“ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”

15ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।

16ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।

17ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.