ଏବ୍ରୀ 6

ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।

Hebrews 6:2 (UKJV) Of the doctrine of baptisms, and of laying on of hands, and of resurrection of the dead, and of eternal judgment.

1ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,

2ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।

3ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।

4କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.