ଏବ୍ରୀ 6

ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।

Hebrews 6:20 (UKJV) Where the forerunner is for us entered, even Jesus, made an high priest for ever after the order of Melchisedec.

18ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।

19ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,

20ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.