2ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।
3ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।
4କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
5ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,
6ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।