ଏବ୍ରୀ 6

କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।

Hebrews 6:9 (UKJV) But, beloved, we are persuaded better things of you, and things that accompany salvation, though we thus speak.

7କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

8କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।

9କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।

10କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।

11ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.