ଏବ୍ରୀ 7

ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;

Hebrews 7:1 (UKJV) For this Melchisedec, king of Salem, priest of the most high God, who met Abraham returning from the slaughter of the kings, and blessed him;

1ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;

2ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।

3ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.