9ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
11ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
12କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
13ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।