ଏବ୍ରୀ 7

ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,

Hebrews 7:15 (UKJV) And it is yet far more evident: for that after the embodiment of Melchisedec there arises another priest,

13ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।

14କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।

15ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,

16ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।

17କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.