14କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
15ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
18ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;