15ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
18ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।