21ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”
22ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
23ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।
25ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।