24କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।
25ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
26କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
27ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
28ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।