2ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା।
3ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
4ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
5ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।