ଏବ୍ରୀ 7

କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।

Hebrews 7:6 (UKJV) But he whose descent is not counted from them received tithes of Abraham, and blessed him that had the promises.

4ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।

5ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;

6କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।

7ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।

8ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.