ଏବ୍ରୀ 7

ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;

Hebrews 7:9 (UKJV) And as I may so say, Levi also, who receives tithes, paid tithes in Abraham.

7ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।

8ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।

9ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;

10କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।

11ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.