8ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
9ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
10କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
11ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
12କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”