4ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
6କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
7କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
8ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;