9ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ;
10ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।
11କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
12ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।
13କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,