ଏବ୍ରୀ 9

କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।

Hebrews 9:16 (UKJV) For where a testament is, there must also of necessity be the death of the testator.

14ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!

15ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।

16କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।

17ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।

18ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.