17ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।
18ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।
19କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
20ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।
21ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।