ଏବ୍ରୀ 9

ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।

Hebrews 9:20 (UKJV) Saying, This is the blood of the testament which God has commanded with authority unto you.

18ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।

19କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,

20ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।

21ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।

22ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.