ଏବ୍ରୀ 9

ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।

Hebrews 9:22 (UKJV) And almost all things are by the law purged with blood; and without shedding of blood is no remission.

20ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।

21ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।

22ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।

23ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।

24କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.