ଏବ୍ରୀ 9

ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;

Hebrews 9:3 (UKJV) And after the second veil, the tabernacle which is called the Holiest of all;

1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।

2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।

3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;

4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,

5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.