ଏବ୍ରୀ 9

ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,

Hebrews 9:6 (UKJV) Now when these things were thus ordained, the priests went always into the first tabernacle, accomplishing the service of God.

4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,

5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।

6ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,

7କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।

8ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.