ହୋଶେୟ 1

ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”

Hosea 1:2 (UKJV) The beginning of the word of the LORD by Hosea. And the LORD said to Hosea, Go, take unto you a wife of whoredoms and children of whoredoms: for the land has committed great whoredom, departing from the LORD.

1ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।

2ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”

3ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।

4ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.