6ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
7ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
8ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
9ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
10ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”