9ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
10ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।
11ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟମର୍ଦ୍ଦନ କରିବାକୁ ଭଲ ପାଏ; ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ।
12ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।
13ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।