13ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ।
14ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା।
15ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ।