1ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।
2ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।
3ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”
4ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।