4ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ।
5ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
6ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
7ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
8ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।