6ତାହା ମଧ୍ୟ ଯାରେବ ରାଜାର ଭେଟି ନିମନ୍ତେ ଅଶୂରକୁ ନୀତ ହେବ; ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ।
7ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା।
8ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।
9ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
10ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।