ହୋଶେୟ 11

ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।

Hosea 11:10 (UKJV) They shall walk after the LORD: he shall roar like a lion: when he shall roar, then the children shall tremble from the west.

8ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।

9ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।

10ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।

11ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

12ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.