ହୋଶେୟ 11

ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।

Hosea 11:2 (UKJV) As they called them, so they went from them: they sacrificed unto Baalim, and burned incense to graven images.

1ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।

2ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।

3ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।

4ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍‍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.