1ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।
2ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
3ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ।
4ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ।
5ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା।