6ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ।
7ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ।
8ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
9ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।
10ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।