ହୋଶେୟ 12

ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।

Hosea 12:1 (UKJV) Ephraim feeds on wind, and follows after the east wind: he daily increases lies and desolation; and they do make a covenant with the Assyrians, and oil is carried into Egypt.

1ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।

2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।

3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.