8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”
9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।
10ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।
12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।