ହୋଶେୟ 12

ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।

Hosea 12:13 (UKJV) And by a prophet the LORD brought Israel out of Egypt, and by a prophet was he preserved.

11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।

13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।

14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.