12ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।
13ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।
14ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।